ଭୁବନେଶ୍ୱର : ଆଜି ବିରୋଧୀ ଦଳ ନେତା, ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୮୦ତମ ଜନ୍ମଦିନ। ନବୀନଙ୍କ ପାଇଁ ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ ବିଜେଡି ପକ୍ଷରୁ ଦୀପଦାନ ଓ ପୂଜାର୍ଚ୍ଚନା ହୋଇଛି।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ମୁଖ୍ୟମନ୍ତ୍ରୀ ନବୀନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ସୁଖମୟ ଜୀବନ କାମନା କରିଛନ୍ତି।
