ପାଟଣା:ପାଟଣା ବନାଞ୍ଚଳ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର ସମୟରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତି ହେଲେ ଗୋବର୍ଦ୍ଧନ ମହାନ୍ତ। ସୂଚନା ଅନୁଯାୟୀ ଗୋବର୍ଦ୍ଧନ ଗ୍ରାମ ନିକଟସ୍ଥ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ସମୟରେ ହଠାତ ଏକ ବଣୁଆ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣରେ ତାଙ୍କ ପେଟ ଓ ହାତରେ ଗଭୀର ଆଘାତ ଲାଗିଛି। ଗୁରୁତର ଆହତ ଗୋବର୍ଦ୍ଧନଙ୍କୁ ପ୍ରଥମେ ପାଟଣା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଣାଯାଇଥିଲା ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
