ସମ୍ବଲପୁର : ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ବାବୁ। ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି। ସେ ଆୟ ବର୍ହିଭୂତ ସମ୍ପତ୍ତି ରଖିବା ଅଭିଯୋଗରେ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ସମ୍ବଲପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୮ ଜଣ ଡିଏସ୍ପି, ୧୧ ଜଣ ଇନ୍ସପେକ୍ଟର, ୧୧ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢାଉ କରାଯାଉଛି। ଏକାକାଳୀନ ୭ଟି ସ୍ଥାନରେ ଏହି ଚଢାଉ ଜାରି ରହିଛି।