ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଅଙ୍ଗିକଳା ହାଇସ୍କୁଲ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ମହିଳା ଜଣକ ମାନସିକ ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ଅଞ୍ଚଳରେ ଘୁରି ବୁଲୁଥିଲା। ଆଜି ସଂଧ୍ୟାରେ ଅଙ୍ଗିକଳା ହାଇସ୍କୁଲ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଘଟଣା ସମ୍ପର୍କରେ ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରିଥିଲା। ତେବେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୁଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା ଅଜଣା ଗାଡ଼ିକୁ ଚିହ୍ନଟ କରିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି।